Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର

କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ଆଜି ଦିନିକଆ ଓଡ଼ିଶା ଗସ୍ତରେ ଆସିଛନ୍ତି । କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିବା ସୂଚନା ମିଳିଛି । ଏହା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବେ। ପୂର୍ବାହ୍ନରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ନେହରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ‘‘ମୋ ମାଟି ମୋ ଦେଶ’’ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଅପରାହ୍ନରେ କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ସମ୍ବାଦ’ର ୪୦ ବର୍ଷ ପୂର୍ତ୍ତି ସମାରୋହରେ ଅତିଥି ଭାବେ ଯୋଗ ଦେବେ। ସେହିପରି ଅପରାହ୍ନରେ କଟକ ବିଷୁବ ମଣ୍ଡପ ଠାରେ ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଆୟୋଜିତ ହେବାକୁ ଥିବା ଓଡ଼ିଆ ଦୈନିକ ‘ପ୍ରଜାତନ୍ତ୍ର’ର ପ୍ରଥମ ପ୍ରକାଶନର ଶତବାର୍ଷିକୀ ସମାରୋହରେ କେନ୍ଦ୍ରୀ ମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Show More

Related Articles

Back to top button