Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ପୌରନିର୍ବାଚନରେ ବିଜେତା ପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୌର ନିର୍ବାଚନରେ ଆମ ଦଳର କାର୍ଯ୍ୟକର୍ତ୍ତାମାନେ ଅକ୍ଳାନ୍ତ ପରିଶ୍ରମ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ପୌର ନିର୍ବାଚନରେ ନିର୍ବାଚିତ ହୋଇଥିବା ଜନପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହିତ ଗଣତନ୍ତ୍ରରେ ନିର୍ବାଚନ ଆମକୁ ନିଜ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେବା ସହ ଏକ ସୁସ୍ଥ ସମାଜ ଗଠନ କରିଥାଏ । ପୌର ନିର୍ବାଚନରେ ଆମ ଦଳର କାର୍ଯ୍ୟକର୍ତ୍ତାମାନେ ଅକ୍ଳାନ୍ତ ପରିଶ୍ରମ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ । ରାଜ୍ୟରେ ଅନୁଷ୍ଠିତ ପୌର ନିର୍ବାଚନ ଜନାଦେଶକୁ ସମ୍ମାନ ଜଣାଇବା ସହ ଆମ ଦଳର ନିର୍ବାଚିତ ହୋଇଥିବା ଜନପ୍ରତିନିଧି ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଖାଲି ସେତିକି ନୁହେଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ଗଣତନ୍ତ୍ରରେ ନିର୍ବାଚନ ଆମକୁ ନିଜ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେବା ସହ ଏକ ସୁସ୍ଥ ସମାଜ ଗଠନ କରିଥାଏ । ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ମୋଦି ସରକାରଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ମାଧ୍ୟମରେ ଜନସାଧାରଣଙ୍କ ଆସ୍ଥା ଭାଜନ ହେବା ପାଇଁ ଚେଷ୍ଟା କରିବୁ । ଦଳୀୟ ସଂଗଠନକୁ ସୁଦୃଢ଼ କରିବା ପାଇଁ ଆମ କାର୍ଯ୍ୟକର୍ତ୍ତାଙ୍କ ପ୍ରୟାସ ଜାରି ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି । ବିଜେପିକୁ ସମର୍ଥନ କରିଥିବା ରାଜ୍ୟର ସମସ୍ତ ମତଦାତାଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Show More

Related Articles

Back to top button