Breaking PLUSଓଡ଼ିଶାମୁଖ୍ୟ ଖବର

ଦାମୋଦର ରାଉତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର, 22 ମାର୍ଚ୍ଚ –ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Show More

Related Articles

Back to top button