Breaking PLUSଓଡ଼ିଶାମୁଖ୍ୟ ଖବର

ଟିକାକରଣ ପ୍ରକ୍ରିୟା ଆରମ୍ଭ ପୂର୍ବରୁ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଆସନ୍ତା ୧୬ତାରିଖରେ ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବିଚାରବିମର୍ଶ କରିବେ।

ଆସନ୍ତା ୧୬ତାରିଖରେ ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବିଚାରବିମର୍ଶ କରିବେ। ଏହି ଆଲୋଚନାରେ ଦେଶରେ କରୋନା ମହାମାରୀର ସ୍ଥିତି ଏବଂ ଟିକାକରଣ ପ୍ରସଙ୍ଗ ସ୍ଥାନ ପାଇବ। ଟୀକାକରଣର ପ୍ରଥମ ପର୍ୟ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଏବଂ ଆଗଧାଡ଼ିର ଯୋଦ୍ଧାମାନଙ୍କୁ ଟିକା ଦିଆଯିବ। ଏହି ପର୍ୟ୍ୟାୟରେ ପ୍ରାୟ ୩ କୋଟି ବ୍ୟକ୍ତିଙ୍କୁ ଟୀକା ପ୍ରଦାନ କରାଯିବ। ପରେ ୫୦ ବର୍ଷରୁ ଊର୍ଦ୍ଧ୍ବ ବୟସର ବ୍ୟକ୍ତି ଏବଂ ବହୁବିଧ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ।
ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନସିଂ ଜରିଆରେ ଏହି ଆଲୋଚନାରେ ଉପସ୍ଥିତ ରହିବେ। ସୂଚନା ଯୋଗ୍ୟ ଯେ ଭାରତ କରୋନା ମହାମାରୀ ନିୟନ୍ତ୍ରଣ ନିମନ୍ତେ ଦୁଇଟି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିସାରିଛି।

Show More

Related Articles

Back to top button