ଓଡ଼ିଶାମୁଖ୍ୟ ଖବର

ଖୁବଶୀଘ୍ର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିପାରେ ସ୍କୁଲ

ଅଙ୍ଗନୱାଡ଼ି କେନ୍ଦ୍ର ଖୋଲିବା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି

ଖୁବଶୀଘ୍ର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିପାରେ ସ୍କୁଲ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ପ୍ରସ୍ତୁତ କରାଯାଉଛି । ଅଙ୍ଗନୱାଡ଼ି କେନ୍ଦ୍ର ଖୋଲିବା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ତେବେ କେତେ ତାରିଖରେ ସ୍କୁଲ ଖୋଲିବ ସେ ନେଇ ପରେ ଘୋଷଣା କରାଯିବ ବୋଲି ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

ପୂର୍ବରୁ ରାଜ୍ୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିସାରିଛି । ଆସନ୍ତା ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ୍ ଖୋଲିବ ବୋଲି ଘୋଷଣା କରାଯାଇଛି। ଗତ ୧ ତାରିଖରୁ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲିଯାଇଛି।ଅନ୍ୟପଟେ ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ । ଶିକ୍ଷକଙ୍କ ଅଭାବ ରହିବ ନାହିଁ । ଦକ୍ଷତା ଥିବା ପ୍ରାଥମିକ ସ୍କୁଲ ଶିକ୍ଷକଙ୍କ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ ଡିଇଓ ଓ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଅବସରପ୍ରାପ୍ତ ଶିକ୍ଷକ ବି ନିୟୋଜିତ ହେବେ । ରବିବାର କ୍ଲାସ ହେବନି ।

Show More

Related Articles

Back to top button