ଓଡ଼ିଶାମୁଖ୍ୟ ଖବର

ଖୁବ୍ ଶୀଘ୍ର ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ରାଜ୍ୟରେ ଖୁବ୍ ଶୀଘ୍ର ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଧର୍ମାନୁଷ୍ଠାନ ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜିଲ୍ଲାରେ ଥିବା ଧର୍ମାନୁଷ୍ଠାନ ଖୋଲାଯିବ । ଏ ନେଇ ସମସ୍ତ ଜିଲ୍ଲାରୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର କ୍ଷମତା ପ୍ରଦାନ କରିଛନ୍ତି । ବିଭିନ୍ନ କମିଟି ସହ ଆଲୋଚନା କରିବା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ।ପୂର୍ବରୁ ପୁରୀ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯାଇସାରିଛି । ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି ପରେ ଏବେ ରାଜ୍ୟର ଅନ୍ୟ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ଦାବି ଜୋର୍ ଧରିଛି ।

ମନ୍ଦିର ଖୋଲିବା ନିଷ୍ପତ୍ତି ହୋଇପାରୁନଥିବାରୁ ବିଭିନ୍ନ ମନ୍ଦିରର ସେବାୟତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ତେଣୁ ସମସ୍ତଙ୍କ ଭାବାବେଗକୁ ନଜରରେ ରଖି ଅନ୍ୟ ମନ୍ଦିର ଓ ଧର୍ମାନୁଷ୍ଠାନ ବି ଖୋଲିବା ଦରକାର ବୋଲି ଦାବି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ସମସ୍ତ ଗାଇଡ୍ ଲାଇନ୍ ପାଳନ କରାଯାଇ ଭକ୍ତଙ୍କୁ ଦର୍ଶନ କରିବାକୁ ଅନୁମତି ଦିଆଯିବ ବୋଲି ପୂଜକମାନେ କହିଛନ୍ତି ।ଅନ୍ୟପଟରେ ରାଜ୍ୟ ସରକାର ମନ୍ଦିର ଖୋଲିବା ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ଉପରେ ଛାଡିଛନ୍ତି । ନିଜ ଜିଲ୍ଲାରେ କୋଭିଡ୍ ସ୍ଥିତି ଦେଖି ସେମାନେ ମନ୍ଦିର ଖୋଲିବା ସଂପର୍କରେ ନିଷ୍ପତ୍ତି ନେବେ ।

Show More

Related Articles

Back to top button