ମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

ଆଜି ନାମାଙ୍କନ ଭରିବେ ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ

ଆଜି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନର ଶେଷ ଦିନ ରହିଛି । ନାମାଙ୍କନ ଭରିବେ ୟୁପିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ ଆଲଭା । ମାର୍ଗାରେଟ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଥିବାବେଳେ ସୋମବାର ଧନଖଡ଼ ପ୍ରଧାନମନ୍ତ୍ରୀଙ୍କ ସମେତ ବରିଷ୍ଠ ନେତାଙ୍କ ଗହଣରେ ଯାଇ ନାମାଙ୍କନ ଭରିଥିଲେ ।

ତେବେ କଂଗ୍ରେସର ବରିଷ୍ଠ ନେତ୍ରୀ ମାର୍ଗାରେଟ ଆଲଭା ପୂର୍ବରୁ ଗୋଆ, ଗୁଜୁରାଟ, ଏବଂ ଉତ୍ତରାଖଣ୍ଡ ରାଜ୍ୟପାଳ ଥିଲେ । ତାଙ୍କୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ବାମଦଳ, ଆରଜେଡି, ସମାଜବାଦୀ ପାର୍ଟି, ଏନସିପି ସମେତ ସମସ୍ତ ପ୍ରମୁଖ ବିରୋଧୀ ଦଳର ନେତା ଏକାଠି ହୋଇ ପ୍ରାର୍ଥୀ କରିଛନ୍ତି।

ଆସନ୍ତା ଅଗଷ୍ଟ ୧୦ରେ ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା ଏମ୍ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ  ଶେଷ ହେଉଛି । ଏହା ପୂର୍ବରୁ ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।

 

 

Show More

Related Articles

Back to top button