Breaking PLUSଦେଶମୁଖ୍ୟ ଖବରରାଜନୀତି

ଛତିଶଗଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ

ରାୟପୁର, 13 ଡିସେମ୍ବର – ଛତିଶଗଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଷ୍ଣୁଦେବ ସାଏ । ଅରୁଣ ସାଭ ଓ ବିଜୟ ଶର୍ମା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରିଥିଲେ ।
ଛତିଶଗଡର ରାଜଧାନୀ ରାୟପୁରର ସାଇନ୍ସ କଲେଜ ମୈଦାନରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକାରୀ, କେନ୍ଦ୍ର ସାମାଜିକ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀ, ଗୋଆ ମୁଖ୍ୟମନ୍ତ୍ରୀ ମାଣିକ ସାହା ପ୍ରମୁଖ ଉପସ୍ଥିତ ଥିଲେ ।

Show More

Related Articles

Back to top button