ଓଡ଼ିଶାପାଣିପାଗ

ରାଜ୍ୟରେ ୯ରୁ୧୨ ଯାଏଁ ବର୍ଷା ସମ୍ଭାବନା,ଏନେଇ ପାଣିପାଗ ବିଭାଗର ସତର୍କ ସୂଚନା

ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଳଘୁଚାପ ଫଳରେ ରାଜ୍ୟରେ ୯ରୁ୧୨ ଯାଏଁ ବର୍ଷା ସମ୍ଭାବନା । ବିଶେଷ କରି ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଥିବାବେଳେ ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି  ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାଶଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,  ପୂର୍ବକେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ସହ ଜଡ଼ିତ ମେଘ ସମୂହ ଓଡିଶା ମୁହାଁ ହୋଇ ଗତି କରୁଛି। ପ୍ରଭାବରେ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ।

୯ ତାରିଖ ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାବ୍ୟବତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ସେହିପରି ସେପ୍ଟେମ୍ବର ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଧା, ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଅତିପ୍ରବଳ ବର୍ଷା ପ୍ରଭାବରେ ଉକ୍ତ ଜିଲ୍ଲାଗୁଡ଼ିକରେ ପାହାଡ଼ ଧସିବା ସହ ତଳିଆ ଅଞ୍ଚଳରେ ପାଣି ଜମିବା, କଚ୍ଚା ରାସ୍ତା ଓ ଘର ଭାଙ୍ଗିବା ପରି ସମସ୍ୟା ଉପୁଜିପାରେ। ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷାର ପ୍ରଭାବ ରହିବ। ଜୁନ୍‌ ପହିଲାରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୯୮୪.୯ ମିମି ବର୍ଷା ହେବା କଥା। ମାତ୍ର ଚଳିତ ମୌସୁମୀ ଋତୁରେ ଏବେ ସୁଦ୍ଧା ୧୦୧୧.୧ ମିମି ବର୍ଷା ରେକର୍ଡ କରାଯାଇଛି। ଭଦ୍ରକରେ ନିଅଣ୍ଟିଆ ରହିଥିବା ବେ‌ଳେ ବୌଦ୍ଧ, ଢେଙ୍କାନାଳ, କନ୍ଧମାଳ ଓ କୋରାପୁଟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ୨୫ଟି ଜିଲ୍ଲାରେ ମୌସୁମୀ ବର୍ଷା ସ୍ବାଭାବିକ ରହିଥିବା ଶ୍ରୀ ଦାଶ ସୂଚନା ଦେଇଛନ୍ତି।

Show More

Related Articles

Back to top button