Breaking PLUSଓଡ଼ିଶାମୁଖ୍ୟ ଖବର

ପାଣିପାଗ ରିପୋର୍ଟ; ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

ରାଜ୍ୟର ୧୦ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର: ରାଜ୍ୟର ୧୦ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ସମ୍ବଲପୁର, କେନ୍ଦୁଝର, ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରେ ଲାଗିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର,କଟକ, ଅନୁଗୁଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରିକରାଯାଇଛି। ଆଗାମୀ ଅଗଷ୍ଟ ୭ରୁ ୮ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

Show More

Related Articles

Back to top button