Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ପାଣିପାଗ ବିଭାଗ: ୮ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ୮ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ।

୨୪ ଘଣ୍ଟା ପରେ ୭ ଜିଲ୍ଲାରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସେତେଟା ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ କହିଛି ।

ତେବେ ଗତ ୨୪ ଘଣ୍ଟାରେ ସର୍ବାଧିକ ତାପମାତ୍ରା ୪୨.୭ ଡିଗ୍ରୀ ସେଲସିୟସ୍ ବଲାଙ୍ଗିରରେ ରେକର୍ଡ ହୋଇଛି । ସେହିପରି ମାଲକାନଗିରିରେ ୧୫.୮ମିଲିମିଟର ଏବଂ କୋରାପୁଟ ସିମିଳିଗୁଡାରେ ୮.୨ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଭୁବନେଶ୍ୱରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ୩୫ ଡିଗ୍ରୀ ସେଲୟିୟସ ମଧ୍ୟରେ ରହିବ ତାପମାତ୍ରା ।

Show More

Related Articles

Back to top button