Breaking PLUSଓଡ଼ିଶାମୁଖ୍ୟ ଖବର

ଜାରି ରହିଛି ୧୦ ଜିଲ୍ଲାରେ ସପ୍ତାହାନ୍ତ ସଟ୍ ଡାଉନ୍

ଶନିବାର ଠାରୁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ ହେବ । କୋଭିଡ୍ ସଂକ୍ରମଣ ଦ୍ୱିତୀୟ ଲହରିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତି ନେଇଛନ୍ତି । ନିଷ୍ପତି ଅନୁଯାୟୀ ଛତିଶଗଡ଼ ସୀମାନ୍ତବର୍ତୀ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସୁବର୍ଣ୍ଣପୁର, ବଲାଙ୍ଗୀର

ଶନିବାର ଠାରୁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ ହେବ । କୋଭିଡ୍ ସଂକ୍ରମଣ ଦ୍ୱିତୀୟ ଲହରିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତି ନେଇଛନ୍ତି । ନିଷ୍ପତି ଅନୁଯାୟୀ ଛତିଶଗଡ଼ ସୀମାନ୍ତବର୍ତୀ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସୁବର୍ଣ୍ଣପୁର, ବଲାଙ୍ଗୀର ଆଦି ୧୦ଟି ଜିଲ୍ଲାର ସହରାଂଚଳରେ ଆସନ୍ତାକାଲିଠାରୁ ସନ୍ଧ୍ୟା ୬ଟାରୁ ସକାଳ ୫ଟା ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯିବ । ଏହା ବ୍ୟତୀତ ଏହିସବୁ ଜିଲ୍ଲାର ସହରାଂଚଳରେ ପ୍ରତି ଶନିବାର ଓ ରବିବାର ଦିନ ସପ୍ତାହାନ୍ତ ସଟ୍ ଡାଉନ୍ ଲାଗୁ କରାଯିବ ।ପୂର୍ବରୁ ଏହି ଜିଲ୍ଲା ଗୁଡିକରେ ୯ଟାରୁ ସକାଳ ୫ ଟା ପର୍ଯ୍ୟନ୍ତ କର୍ଫ୍ୟୁ ଥିଲା । ଭୁବନେଶ୍ୱର ଓ କଟକ ସମେତ ଅବଶିଷ୍ଟ ୨୦ ଜିଲ୍ଲାରେ ଅନ୍ୟ ସମସ୍ତ ସହରାଂଚଳରେ ରାତି ୯ଟାରୁ ସକାଳ ୫ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ ହେବ ।ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହା ଲାଗୁ କରାଯାଇଛି । ଗୁରୁବାର ଦିନ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଥିଲେ । ତେବେ ରାତ୍ରିକାଳୀନ କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବାକୁ ଅନୁମତି ମିଳିବ । ବିଦ୍ୟୁତ, ସ୍ୱାସ୍ଥ୍ୟ, ଜଳଯୋଗାଣ , ଗଣମାଧ୍ୟମ ଏବଂ ଖାଦ୍ୟର ହୋମ ଡେଲିଭରି ଆଦି ସେବା ଜାରି ରହିବ । ଏଥିରେ ନିୟୋଜିତ ଥିବା କର୍ମଚାରୀ ପୁଲିସକୁ ନିଜର ପରିଚୟ ପତ୍ର ଦେଖାଇ ଯାଇପାରିବେ ।ଏଥିପାଇଁ କୌଣସି ସ୍ୱତନ୍ତ୍ର ପାସ୍ ର ଆବଶ୍ୟକ ନାହିଁ । ଲୋକେ ନିଜ ସଂସ୍ଥାର ପରିଚୟ ପତ୍ର ଦେଖାଇ ଯା’ଆସ କରିପାରିବେ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆହୁରି କହିଛନ୍ତି ଯେ ବିବାହ ଉତ୍ସବ ପାଇଁ ସର୍ବାଧିକ ୫୦ ଓ ଅନ୍ତିମ ସଂସ୍କାର ପାଇଁ ୨୦ ଜଣଙ୍କୁ ଅନୁମତି ମିଳିବ । କୌଣସି ଧାର୍ମିକ, ସାମାଜିକ, ସାଂସ୍କୃତିକ, ରାଜନୈତିକ ଓ ଶୈକ୍ଷିକ ସମାବେଶ ହୋଇପାରିବ ନାହିଁ । ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ ଚାଲିବ । ଅଟୋ ରିକ୍ସା ଓ ଟ୍ୟାକ୍ସିରେ ଡ୍ରାଇଭରଙ୍କୁ ଛାଡ଼ି ୨ ଜଣ ବସିପାରିବେ । ମୀନାବଜାରରେ୨୦୦ ଜଣ ଲୋକଙ୍କୁ ଅନୁମତି ମିଳିବ । ଅପେରାରେ ପୂର୍ବରୁ ୨୦୦୦ ଲୋକଙ୍କୁ ଅନୁମତି ମିଳୁଥିଲା, କିନ୍ତୁ ଏବେ ୧୦୦୦ ଲୋକଙ୍କୁ ଅନୁମତି ଦିଆଯାଇଛି । ସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ ଲୋକଙ୍କୁ ନେଇ ଚାଲିବ । ଘରୋଇ କାର୍ଯ୍ୟାଳୟରେ କେତେ ପରିମାଣରେ କର୍ମଚାରୀ ରହିବେ, ସେ ନେଇ କର୍ତୃପକ୍ଷ ଚିନ୍ତା କରିବେ । ଅଫିସରେ ପ୍ରବେଶ ପୂର୍ବରୁ ସାନିଟାଇଜର ବ୍ୟବହାର କରିବେ ଏବଂ ସାମାଜିକ ଦୂରତା ରକ୍ଷା କରିବେ ।

Show More

Related Articles

Back to top button