Breaking PLUSଓଡ଼ିଶାମୁଖ୍ୟ ଖବର

10ରୁ ରାଜ୍ୟରେ ବଢିବ ଶୀତ

ଭୁବନେଶ୍ୱର- ଆସନ୍ତା ୭ ତାରିଖ ବେଳକୁ ଏକ ପଶ୍ଚିମା ଝଡ଼ ପଶ୍ଚିମ ହିମାଳୟ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ-ଭାରତର ସଂଲଗ୍ନ ସମତଳ ଅଞ୍ଚଳରେ ୮ ତାରିଖରେ ରହିବ। ପ୍ରଭାବରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ସହ ୧୦ ତାରିଖଠାରୁ ରାଜ୍ୟରେ ଥଣ୍ଡା ବୃଦ୍ଧି ହେବାର ସମ୍ଭାବନା ରହିଛି। ସେହିପରି ୭ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୨ ତାରିଖ ବେଳକୁ ଶ୍ରୀଲଙ୍କା ଓ ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ ‌ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି।

Show More

Related Articles

Back to top button