Breaking PLUSଓଡ଼ିଶାମୁଖ୍ୟ ଖବର

୯ ପରେ ରାଜ୍ୟରେ ଶୀତ ବଢ଼ିବା ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଯାହାଦ୍ୱାରା ଆସନ୍ତା ୯ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ । ୧୦ ତାରିଖ ବେଳକୁ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୨-୩ଡିଗ୍ରୀ କମିବ । ବିଶେଷକରି ପାହାଡ଼ିଆ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ହେବ ।

Show More

Related Articles

Back to top button