Breaking PLUSଓଡ଼ିଶାପାଣିପାଗ

ରାଜ୍ୟରେ ଆହୁରୀ ବଢ଼ିବ ଶୀତ

ରାଜ୍ୟରେ ଆହୁରି ବଢିବ ଜାଡ଼ । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଅପେକ୍ଷା ଉପାନ୍ତରେ ଅଧିକ ଜାଡ ଅନୁଭୁତ ହେବ । କ୍ରମାଗତ ଭାବରେ ଉତ୍ତର ଦିଗରୁ ଓଡ଼ିଶା ମଧ୍ୟକୁ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବାହ ବଢୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାରା କମିବ ।

ଶୀତ ବଢୁଥିବା କାରଣରୁ ସଂନ୍ଧ୍ୟା ପରଠାରୁ ବିନା ଶୀତ ବସ୍ତ୍ରରେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ସହ ଅଧିକାଂଶ ଜିଲ୍ଲାରେ ସାମାନ୍ୟ କୁହୁଡି ପାଇଁ ମଧ୍ୟ ସତର୍କତା ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନର ତାପମାତ୍ରା ୧୨ଡିଗ୍ରୀ ତଳେ ରହିଛି ।

୮.୫ ଡିଗ୍ରୀ ତାପମାତ୍ରା ସହ ଦାରିଙ୍ଗବାଡି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରିଥିବା ବେଳେ ବଲାଙ୍ଗୀର ୯ଡିଗ୍ରୀ, କୋରାପୁଟ ଏବଂ ଫୁଲବାଣୀରେ ୯.୫ ଡିଗ୍ରୀ, ସୁନ୍ଦରଗଡରେ ୧୦ ଡିଗ୍ରୀ, ଟିଟିଲାଗଡ ଏବଂ ସୋନପୁରରେ ୧୦.୮ ଡିଗ୍ରୀ, ଝାରସୁଗୁଡାରେ ୧୧.୨, ଭବାନୀପାଟଣାରେ ୧୧.୬ ଏବଂ ନୟାଗଡରେ ୧୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Show More

Related Articles

Back to top button