Breaking PLUSଓଡ଼ିଶାପାଣିପାଗ

ଲଘୁଚାପ ଦୁର୍ବଳ ହେବା ପରେ ରାଜ୍ୟରେ ବଢ଼ିବ ଶୀତ

ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କୋହଲା ରହିବ ପାଗ

ଦକ୍ଷିଣ ବଙ୍ଗୋପସାଗରରେ ବର୍ତ୍ତମାନ ସକ୍ରିୟ ରହିଛି ଅବପାତ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆଜିଠାରୁ ଦକ୍ଷିଣ ଆଭ୍ୟନ୍ତରୀଣ ତଥା ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିଛି । ଆସନ୍ତା ୧୩ ତାରିଖ ବେଳକୁ ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏଥିପାଇଁ ଏବେ ପାଗ ଅନୁକୂଳ ରହିଛି । ଏହି ଦୁଇଟି ଲଘୁଚାପ ପ୍ରଭାବରେ ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ କୋହଲା ରହିବ । ୧୩ ଓ ୧୪ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଦୁର୍ବଳ ହେବା ପରେ ରାଜ୍ୟରେ ଶୀତ ବଢ଼ିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Show More

Related Articles

Back to top button