Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 16 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 16 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1608 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ 4 ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ । କଟକ ଜିଲ୍ଲାରେ 3 ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଏହା ସହ ସମ୍ୱଲପୁର ଓ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ କରୋନା ଆକ୍ରାନ୍ତ ଜୀବନ ନେଇଛି କରୋନା । ଏହା ସହ ବରଗଡ, ଝାରସୁଗୁଡା, ସୁବର୍ଣ୍ଣପୁର, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ପ୍ରାଣ ନେଇଛି କରୋନା ।

Show More

Related Articles

Back to top button