Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି କରୋନା, ଗତ 24 ଘଣ୍ଟା ମଧ୍ୟରେ 16,375 ଜଣ କରୋନା ରୋଗୀ ଚିହ୍ନଟ

ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୩୭୫ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୩୭୫ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୫୬ ହଜାରକୁ ୮୪୫ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୨୦୧ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୮୫୦ ରେ ପହଞ୍ଚିଛି । ତୋବେ ଦେଶରେ ୨ ଲକ୍ଷ ୩୧ ହଜାର ୦୩୬ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୯ ଲକ୍ଷ ୭୫ ହଜାର ୯୫୮ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

Show More

Related Articles

Back to top button