ଓଡ଼ିଶାମୁଖ୍ୟ ଖବର

୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ

୪/୫ ଦିନରେ ଦକ୍ଷିଣ ଓଡ଼ିଶା ଛୁଇଁବ

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣିବଳୟ ଲଘୁଚାପରେ ପରିଣତ ହେବ । ଲଘୁଚାପ ଘନୀଭୂତ ହୋଇ ଅବପାତ (ଡିପ୍ରେସନ୍‌) ରୂପ ନେବ । ଉତ୍ତର ପଶ୍ଚିମ ଦିଗରେ ଗତି କରି ୪/୫ ଦିନରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ । ଫଳରେ ରାଜ୍ୟରେ ୧୪ରୁ ବର୍ଷା ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

ସେହିପରି ଦକ୍ଷିଣ-ପଶ୍ଚିମ ମୌସୁମୀ ଗୁଜରାଟ ଓ ଛତିଶଗଡ଼ର କିଛି ଅଞ୍ଚଳ, ମଧ୍ୟପ୍ରଦେଶ, ବିହାର ଓ ଝାଡ଼ଖଣ୍ଡର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି । ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ମହାରାଷ୍ଟ୍ର, ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ସୂଚନା ଦେଇଛନ୍ତି ।ଅପରପକ୍ଷେ, ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ.ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଏବେ ରାଜ୍ୟରେ ଖରା ପାଗ ରହିବ । କାଁ ଭାଁ ବର୍ଷା ହେବ । ୧୨ ପରେ ଲଘୁଚାପ ସ୍ଥିତି ସ୍ପଷ୍ଟ ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

Show More

Related Articles

Back to top button