
ଦେଶରେ ୨୪ଘଣ୍ଟା ମଧ୍ୟରେ ୧,୧୩୨ ନୂଆ କରୋନା ସଂକ୍ରମିତ ଚିହ୍ନଟ । ସେହିପରି ୧୪ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଚିହ୍ନଟ ହୋଇଥିବା ୧,୧୩୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୦,୫୭୯ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୩୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୪ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୩୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୦,୫୭୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୪ଜଣଙ୍କ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୦୦ରେ ପହଞ୍ଚିଛି। ଏଥିରେ ପିଛିଲା ଭାବେ କେରଳ ୫ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୧୫,୨୪୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।