ଓଡ଼ିଶାସ୍ୱାସ୍ଥ୍ୟ

ପୁଣି ସଂକ୍ରମଣ ବୃଦ୍ଧି,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ପୁଣି ବୃଦ୍ଧି ପାଇଲା ସଂକ୍ରମଣ । ଆଜି ପୁଣି ହଜାରେ ଡେଇଁଲା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୬ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୮୯ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୧ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୯୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୨୮୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୫୮୪୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button