ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍ । ଗତ କିଛିଦିନ ହେବ ଦୈନିକ ସଂକ୍ରମଣ ୫ଶହ ରୁ ୧ ହଜାର ରହୁଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୪୮୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୮ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୮୩୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୪୨ ଜଣ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୯ ଜଣ, ବରଗଡ଼ରୁ ୩୦, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୧୦ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେଉଁଝରରୁ ୮, ଖୋର୍ଦ୍ଧା ଜିଲ୍ଲାରୁ ୧୧୭, କୋରାପୁଟ ଜିଲ୍ଲାରୁ ୧୭ ଜଣ, ମୟୂରଭଞ୍ଜରୁ ୫୫ ଜଣ, ନବରଙ୍ଗପୁରରୁ ୩୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୯ ଜଣ, ନୂଆପଡ଼ାରୁ ୨୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ବଲପୁରରୁ ୬୨ ଜଣ, ସୋନପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୨୪୨ ଜଣ ଓ ଷ୍ଟେଟପୁଲରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୭, ୩୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୧, ୯୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୧୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Show More

Related Articles

Back to top button