ଓଡ଼ିଶାସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କରୋନା ଗ୍ରାଫରେ କ୍ରମଶଃ ହ୍ରାସ ପାଉଛି । ଗତ କିଛିଦିନ ହେବ ଦୈନିକ ସଂକ୍ରମଣ ହଜାରେ ରହୁଥିବାବେଳେ ଆଜି ସଂକ୍ରମଣ ମାମଲା ସ୍ୱଳ୍ପ କମିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,  ଶେଷ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୪୪ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୦ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୨୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୭୧ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୯ଜଣ, ଷ୍ଟେଟ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

 

Show More

Related Articles

Back to top button