Breaking PLUSଓଡ଼ିଶାମୁଖ୍ୟ ଖବରସ୍ୱତନ୍ତ୍ର

ଆଜି ବିଶ୍ୱ ପଖାଳ ଦିବସ

ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା

ବିଶ୍ୱ ପଖାଳ ଦିବସ ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା। ଆଜି ମାର୍ଚ୍ଚ ୨୦ ତାରିଖରେ ପାଳନ ହେଉଛି ବିଶ୍ୱ ପଖାଳ ଦିବସ। ଏହି ଅବସରରେ ପ୍ରତ୍ୟେକ ଓଡ଼ିଆଙ୍କୁ ବାଲୁକା ଚିତ୍ର କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

ପୁରୀ ନିଳାଦ୍ରୀ ବେଳାଭୂମିରେ ପଖାଳ ଦିବସ ନେଇ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ବାଲିରେ ସୁଦର୍ଶନ ପଖାଳ, ବଡି ଚୁରା , ମାଛ ଭଜା ସହ ବିଭିନ୍ନ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନର ଅବିକଳ ପ୍ରତିକୃତି ଗଢିଛନ୍ତି। ଯାହାକି ବେଶ୍ ଆକର୍ଷଣୀୟ ହୋଇଛି। ତେବେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ମଧ୍ୟ ମହାପ୍ରଭୁଙ୍କୁ ଦହି ପଖାଳ ଲାଗି କରାଯାଏ। ଏଣୁ ପଖାଳ ଓଡିଆ ମାନଙ୍କର ଅତି ପ୍ରିୟ ଓ ପ୍ରମୁଖ ଖାଦ୍ୟ ଭାବେ ଗ୍ରହଣ କରାଯାଇଥିବା ବେଳେ ଏହି ଭୋଜନର ଏକ ସ୍ୱତନ୍ତ୍ରତା ରହିଛି। ଏଣୁ ପଖାଳ ଭୋଜନକୁ ମନେ ରଖିବା ପାଇଁ ମାର୍ଚ୍ଚ ୨୦କୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ କରାଯାଉଛି।

Show More

Related Articles

Back to top button