ଓଡ଼ିଶାପାଣିପାଗ

କାଳବୈଶାଖୀ ସମ୍ଭାବନା,୨୦ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି

ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ । ରାଜ୍ୟରେ ସକ୍ରିୟ ଥିବା ମୌସୁମୀ ବାୟୁ ପ୍ରଭାବରେ ସୃଷ୍ଟ ଲଘୁଚାପ ଯୋଗୁଁ ଉପକୂଳରେ ବର୍ଷା ଆରମ୍ଭ ସମ୍ଭାବନା । ଏହା ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା । ସଂପ୍ରତି ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍ ଲାଇନ୍ ଦୁର୍ବଳ ଅବସ୍ଥାରେ ଥିବାବେଳେ ଲଘୁଚାପ ପରେ ପୁଣିଥରେ ସକ୍ରିୟ ହେବ ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ସହ ୨୦ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ।

ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ରାଜ୍ୟର ୨୦ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।ଅଗଷ୍ଟ ୫ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୨୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୨୦ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ ।

ଅନ୍ୟପକ୍ଷରେ ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୪ ଡ଼ିଗ୍ରି ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି । ଏହାପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Back to top button