ଓଡ଼ିଶାମୁଖ୍ୟ ଖବରସ୍ୱତନ୍ତ୍ରସ୍ୱାସ୍ଥ୍ୟ

ଏସ୍‌ପିଙ୍କ କାର୍ଯ୍ୟାଳୟ ସାମ୍ନାରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଗଞ୍ଜାମ: ଏସ୍‌ପି ଅଫିସ ସାମ୍ନାରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଏସ୍‌ପିଙ୍କ ଅଫିସ ସାମନାରେ । ଅଫିସ ଆଗରେ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବକ ଜଣକ ହେଲେ ବୋରି ଗ୍ରାମର ବାଦଲ ସାହୁ ।  ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ପ୍ରଥମେ ବାଦଲ ସାଙ୍ଗରେ ଆଣିଥିବା ପେଟ୍ରୋଲକୁ ନିଜ ଶରୀରରେ ଢାଳି ଦେଇଥିଲେ । ଏହାପରେ ନିଆଁ ଲଗାଇ ଦେଇ ହୁତୁହୁତୁ ହୋଇ ଜଳିବାକୁ ଲାଗିଥିଲେ । ପୋଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଏବଂ ଏହାର କିଛି ସମୟ ପରେ ଯୁବକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତରିତ କରାଯାଇଛି ।

ତେବେ ଯୁବକ ଜଣକ କେଉଁ ପରିସ୍ଥିତିରେ ଏଭଳି ଚରମ ନିଷ୍ପତ୍ତି ନେଲେ ତାହାର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Show More

Related Articles

Back to top button